ଦୁଇ ସପ୍ତାହ ଯାଏଁ କଲବଲ କରିବ ଟାଣ ଖରା

ଦୁଇ ସପ୍ତାହ ଯାଏଁ କଲବଲ କରିବ ଟାଣ ଖରା

ଆହୁରି କଲବଲ କରିବ ତାତି । ଆଗାମୀ ଦୁଇ ସପ୍ତାହ ଯାଏଁ ତାତିରୁ ନିସ୍ତାର ମିଳିବନି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । କେଉଁଠି କେଉଁଠି ତାପମାତ୍ରା ୪୫ ଡିଗ୍ରୀ ଛୁଇଁପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଆସନ୍ତାକାଲି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ , ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ସହ ପ୍ରବଳ ଗୁଳୁଗୁଳି ଅନୁଭୂତ ହେବ । ୨୦ ତାରିଖରେ ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୈଦ୍ଧ, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର ଓ କନ୍ଧମାଳ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ହେବାକୁ ଥିବା ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତୀ ତିନି ଦିନ ମଧ୍ୟରେ ଗ୍ରୀଷ୍ମ ପ୍ରବାହ ସହ କେତେକ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ହୋଇପାରେ ।

author

Related Articles

Leave a Reply

Your email address will not be published. Required fields are marked *