୨୧ ତାରିଖରୁ ଅଶାନ୍ତ ରହିପାରେ ସମୁଦ୍ର

୨୧ ତାରିଖରୁ ଅଶାନ୍ତ ରହିପାରେ ସମୁଦ୍ର

ଆସନ୍ତା ୨୧ ତାରିଖରୁ ଅଶାନ୍ତ ରହିପାରେ ସମୁଦ୍ର । ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବାରୁ ପାଣିପାଗ ବିଭାଗ ଏଭଳି କିଛି ଆକଳନ କରିଛି । ଏହି ଘୂର୍ଣ୍ଣିବଳୟ ପ୍ରଭାବରେ କାଲି ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହି ଲଘୁଚାପ ଉତ୍ତର-ପୂର୍ବ ଦିଗକୁ ଗତି କରିବା ସହ ୨୪ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତର ରୂପ ନେଇ ଉତ୍ତର-ପୂର୍ବ ଦିଗକୁ ଗତି କରିବାର ସମ୍ଭାବନା ରହିଛି । ଯାହାର ପ୍ରଭାବରେ ୨୧ ତାରିଖରୁ ସମୁଦ୍ର ଅଶାନ୍ତ ହେବା ସହ ୨୩ ତାରିଖରୁ ଦକ୍ଷିଣ ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରକୁ ମତ୍ସ୍ୟଜୀବୀଙ୍କୁ ଯିବାକୁ ବାରଣ କରାଯାଇଛି । ସମୁଦ୍ରରେ ଥିବା ମତ୍ସଜୀବୀଙ୍କୁ ୨୩ତାରିଖ ପୂର୍ବରୁ ଉପକୂଳକୁ ଫେରି ଆସିବା ସହ ୨୪ତାରିଖରେ ଉତର ବଙ୍ଗୋପସାଗରରେ ସମୁଦ୍ରକୁ ନଯିବାକୁ ପରାମର୍ଶ ଦିଆଯାଇଛି । ଆଗାମୀ ୫ଦିନରେ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି, ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି । ଆଗାମୀ ୨୪ଘଂଟାରେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବିଜୁଳି ସହ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଂଜ ଆଲର୍ଟ ଜାରି କରାଯାଇଛି । କାଲିଠାରୁ ବର୍ଷା, ପବନ, ଘଡ଼ଘଡ଼ି ଲାଗି ରହିବ ।

author

Related Articles

Leave a Reply

Your email address will not be published. Required fields are marked *