ସୃଷ୍ଟି ହେଲା ଲଘୁଚାପ

ସୃଷ୍ଟି ହେଲା ଲଘୁଚାପ

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ-ପଶ୍ଚିମ ପାଶ୍ୱର୍ବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ଓ ତତ୍ ସଂଲଗ୍ନ ଉତ୍ତର ତାମିଲନାଡୁ-ଦକ୍ଷିଣ ଆନ୍ଧ୍ର ପ୍ରଦେଶ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ସହିତ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୫.୮ କିଲୋମିଟର ଯାଏ ବ୍ୟାପିଛି । ପାଣିପାଗ ବିଭାଗ ପୂର୍ବାନୁମାନ କରିଛି, ଲଘୁଚାପ ଉତ୍ତରପୂର୍ବ ଦିଗରେ ଗତି କରିବ । ଅଧିକ ଘନୀଭୂତ ହୋଇ ୨୪ ତାରିଖ ସକାଳେ ଡିପ୍ରେସନ୍ ବା ଅବପାତର ରୂପ ନେବ । ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହୋଇ ଉତ୍ତର-ପୂର୍ବ ଦିଗରେ ଗତି କରିପାରେ । ଏହାର ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ । ଆଜିଠାରୁ ଦକ୍ଷିଣ ବଙ୍ଗୋପସାଗରରେ ଘଣ୍ଟାପ୍ରତି ୩୫ରୁ ୪୫ କିଲୋମିଟର ବେଗରେ ବହିବ ପବନ । ୨୪ ତାରିଖ ସକାଳ ବେଳକୁ ପବନର ବଗ ସମୁଦ୍ରରେ ଅଧିକ ରହିବ । ଏହାକୁ ଦୃଷ୍ଟିରେ ରଖି ୨୩ ତାରିଖରୁ କେନ୍ଦ୍ରୀୟ ଓ ୨୪ରୁ ଉତ୍ତର ବଙ୍ଗୋପସାଗର ମଧ୍ୟକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।

author

Related Articles

Leave a Reply

Your email address will not be published. Required fields are marked *