ଗଣତନ୍ତ୍ରର ମହାପର୍ବରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଗଣତନ୍ତ୍ରର ମହାପର୍ବରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୋଟ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ୱରର ୧୪୪ ନମ୍ବର ବୁଥରେ ଭୋଟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ନବୀନ ନିବାସରୁ ଚାଲି ଚାଲି ଆସି ଭୋଟ ଦେଇଛନ୍ତି ବିଜେଡି ସଭାପତି । ଭୋଟ ଦେବା ପରେ ସେ କହିଛନ୍ତି ଯେ, ଗଣତନ୍ତ୍ରର ମହାନ ପର୍ବରେ ସାମିଲ ହୋଇ ବହୁତ ଖୁସି । ଏହା ସହ ସମସ୍ତ ଭୋଟରଙ୍କୁ ଖାସ କରି ଯୁବପିଢିଙ୍କୁ ଭୋଟ ଦେବାକୁ ଅପିଲ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହାସହ ବିଜେଡି ଉଭୟ ଲୋକସଭା ଓ ବିଧାନସଭାରେ ଭଲ ପ୍ରଦର୍ଶନ କରିବ । ବିଜେଡି ଉପରେ ଓଡ଼ିଶାବାସୀଙ୍କ ଆଶୀର୍ବାଦ ରହିଛି । ମହାପ୍ରଭୁ ଓ ଓଡ଼ିଶାବାସୀଙ୍କ ଆଶୀର୍ବାଦରେ ଓଡ଼ିଶାରେ ବିଜେଡି ସ୍ଥିର ସରକାର ଗଠନ କରିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

author

Related Articles

Leave a Reply

Your email address will not be published. Required fields are marked *