ଚଳଚଞ୍ଚଳ ରଥଖଳା…

ଚଳଚଞ୍ଚଳ ରଥଖଳା…

ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ମାତ୍ର ଆଉ ଦିନ କେଇଟା ବାକି ରହିଛି । ରଥ ନିର୍ମାଣକୁ ନେଇ ଚଳଚଞ୍ଚଳ ହେଉଛି ରଥଖଳା । ଆଜି ତିନି ରଥର ନାହାକା, ଅଖ ନିର୍ମାଣ ଅନୁକୂଳ ପୂଜା ବିଶ୍ୱକର୍ମା ସେବକଙ୍କ ଦ୍ୱାରା ସମ୍ପୂର୍ଣ୍ଣ କରାଯାଇଛି । ନାହାକା ଅଖର ଦୁଇ ପାର୍ଶ୍ୱ ଗୋଲେଇ କାର୍ଯ୍ୟ ପରେ ମାଠେଣୀ କାର୍ଯ୍ୟ କରାଯାଇଛି । ତାଳଧ୍ୱଜ ରଥର ମୋଟ ୧୪ଟି ଚକ ମଧ୍ୟରୁ ୨ଟି ନାହାକା ଚକ ଏବଂ ୨ଟି ପଡ଼ି ନାହାକା ଚକ ନିର୍ମାଣ ଶେଷ ହୋଇଛି ।  ତେବେ ଆସନ୍ତା ବୁଧବାର ପବିତ୍ର ଭଉଁରୀ ତିଥିରେ ଚକା ଡ଼େରା ନୀତି ପାଳିତ ହେବ । ସେଥିପାଇଁ ତିନି ରଥର ଗୋଟିଏ ଗୋଟିଏ ନାହାକା ଅଖର ଅନୁକୂଳ ପୂଜା ତିନି ରଥର ମୁଖ୍ୟ ବିଶ୍ୱକର୍ମା ସେବକଙ୍କ ଦ୍ୱାରା କରାଯାଇଛି ।

author

Related Articles

Leave a Reply

Your email address will not be published. Required fields are marked *