ପଶ୍ଚିମବଙ୍ଗ ଟ୍ରେନ ଦୁର୍ଘଟଣା ନେଇ ଦୁଃଖ ପ୍ରକାଶ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଦୁର୍ଘଟଣାରେ ଜୀବନ ହରେଇଥିବା ପରିବାର ପ୍ରତି ସମବେଦନା ଜଣାଇବା ସହ ସେମାନଙ୍କ ଆହତଙ୍କ ଆରୋଗ୍ୟ କାମନା କରିଛନ୍ତି ରାଷ୍ଟ୍ରପତି । ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁର୍ଘଟଣା ନେଇ ରେଲୱେ ଅଧିକାରୀଙ୍କ ସହ କଥା ହୋଇଥିବା ଟ୍ୱିଟ କରି କହିଛନ୍ତି । ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଘଟଣାସ୍ଥଳକୁ ଯାଉଛନ୍ତି । ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଟ୍ୱିଟ କରି ସୂଚନା ଦେଇଛନ୍ତି ଅଶ୍ୱିନୀ ବୈଷ୍ଣବ । ଏଥିସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଘଟଣାରେ ଦୁଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରଙ୍କୁ ସମବେଦନା ଜଣାଇଛନ୍ତି । ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।