ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ସମୀକ୍ଷା ବୈଠକ

ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ସମୀକ୍ଷା ବୈଠକ

ଆଉ ମାତ୍ର ଦିନ କେଇଟାର ଅପେକ୍ଷା ପରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବ । ଏହି ରଥଯାତ୍ରା ପାଇଁ ମୁଖ୍ୟମନ୍ତ୍ରୀ ଘନ ଘନ ସମୀକ୍ଷା ବୈଠକ ଡକାଉଛନ୍ତି । ଆଜି ଶେଷ ରଥଯାତ୍ରା ସମନ୍ନୟ ବୈଠକ ବସିବାକୁ ଯାଉଛି । ଦିନ 11ଟା 15ରେ ଟାଉନ ହଲ ଠାରେ ଏହି ବୈଠକ ଅନୁଷ୍ଠିତ ହେବାକୁ ଯାଉଛି । ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପ୍ରଥମ ଥର ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିବେ। ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀଙ୍କଠାରୁ ରଥଯାତ୍ରା ପ୍ରସ୍ତୁତି ସମ୍ପର୍କରେ ବୁଝିବେ ମୁଖ୍ୟମନ୍ତ୍ରୀ। ରଥଯାତ୍ରା ନୀତି ଶୃଙ୍ଖଳିତ ଭାବେ କରିବା ଠାରୁ ଆରମ୍ଭ କରି ଶୃଙ୍ଖଳିତ ଦର୍ଶନ, ଭିଡ଼ ନିୟନ୍ତ୍ରଣ, ଟ୍ରାଫିକ୍ ବ୍ୟବସ୍ଥାର ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିବେ। ଚଳିତ ବର୍ଷ ରଥଯାତ୍ରାରେ ମୁତୟନ ହେବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ । ୪ ଅତିରକ୍ତ ଡିଜି ପାହ୍ୟା ଅଧିକାରୀ, ୬ ଜଣ ଆଇଜି ଏବଂ ଡିଆଇଜି ପାହ୍ୟା ଅଧିକାରୀଙ୍କ ସହ ୧୩୦ ଜଣ ଇନସ୍ପେକ୍ଟର, ୬୭୫ ଜଣ ଏଏସଆଇ ମୁତୟନ ହେବେ ।

author

Related Articles

Leave a Reply

Your email address will not be published. Required fields are marked *