ଆତଙ୍କବାଦୀ ଆକ୍ରମଣରେ ୫ ଯବାନ ସହିଦ

ଆତଙ୍କବାଦୀ ଆକ୍ରମଣରେ ୫ ଯବାନ ସହିଦ

ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି ଆତଙ୍କବାଦୀ ଆକ୍ରମଣ । ଜମ୍ମୁ କାଶ୍ମୀରରେ ଆତଙ୍କବାଦୀମାନେ ସର୍ବାଧିକ ଆକ୍ରମଣ କରୁଥିବା ଏବେ ଗତ କିଛି ଦିନ ଧରି ସୂଚନା ମିଳୁଛି । ଏହି କ୍ରମରେ ଗତକାଲି ଜମ୍ମୁଠାରେ ସେନା ଗାଡିକୁ ଆତଙ୍କୀ ଆକ୍ରମଣ କରିଥିଲେ । ଯେଉଁଥିରେ ୫ ଜଣ ଯବାନ ସହିଦ ହୋଇଥିବା ଖବର ମିଳିଛି । ସେହିପରି ଗୁଳି ବିନିମୟରେ ୬ ଜଣ ଆତଙ୍କୀ ଆହତ ହୋଇଛନ୍ତି । ଗତ କିଛି ଦିନ ଧରି ଘାଟିରେ ସେନା ଓ ଆତଙ୍କୀବାଦୀ ମଧ୍ୟରେ ଗୁଳିବିନିମୟ ଜାରି ରହିଛି। ଏହିକ୍ରମରେ ସୋମବାର କଠୁଆ ଜିଲ୍ଲାର ଭିଲୱାରା ନିକଟରେ ସେନା ଗାଡି ଉପରକୁ ଫାଇରିଂ କରିଥିଲେ ଆତଙ୍କବାଦୀ। ସେପଟେ ଗତ ଦୁଇ ଦିନ ହେବ କଶ୍ମୀରରେ ସେନା ପକ୍ଷରୁ ସର୍ଚ୍ଚ ଓ ଆତଙ୍କୀ ନିପାତ ଅଭିଯାନକୁ ଜୋରଦାର କରାଯାଇଛି । ୨ ଦିନ ଭିତରେ କୁଲଗାମରେ ଲୁଚି ରହିଥିବା ୬ ଜଣ ଆତଙ୍କବାଦୀଙ୍କୁ ନିପାତ କରାଯାଇଛି ।

author

Related Articles

Leave a Reply

Your email address will not be published. Required fields are marked *