ମାଲକାନଗିରି ମାଥିଲି ବ୍ଲକ ଅନ୍ତର୍ଗତ କୋପ୍ରା ଗାଁରେ ବ୍ୟାପୁଛି ଝାଡାବାନ୍ତି । ୭ ଜଣ ଏଥିରେ ଆକ୍ରାନ୍ତ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଥିବା ସୂଚନା ରହିଛି । ଏବଂ ଅସୁସ୍ଥମାନଙ୍କୁ ମାଥିଲି ସବଡିଭିଜନ ମେଡିକାଲରେ ଭର୍ତ୍ତି କରାଯାଇଛି । ତେବେ ଗତକାଲିଠାରୁ କୋପ୍ରା ଗାଁରେ କିଛି ଲୋକଙ୍କର ଝାଡାବାନ୍ତି ହୋଇଥିଲା । ପ୍ରାଥମିକ ଚିକିତ୍ସା ପରେ ମଧ୍ୟ ସ୍ୱାସ୍ଥ୍ୟବସ୍ଥାରେ କିଛି ସୁଧାର ଆସିନଥିଲା । ପରେ ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଥିବା ସୂଚନା ମିଳିଛିା ନଳକୂପ ପାଣି ପିଇବା କାରଣରୁ ଏପରି ପରିସ୍ଥିତି ସୃଷ୍ଟି ହୋଇଥିବା ସନ୍ଦେହ କରାଯାଉଛି ।
- July 11, 2024
0
12
Less than a minute
You can share this post!
author