ଆସନ୍ତାକାଲି ହେବନି ଅଭିଯୋଗ ଶୁଣାଣି

ଆସନ୍ତାକାଲି ହେବନି ଅଭିଯୋଗ ଶୁଣାଣି

ଆସନ୍ତାକାଲି ହେବନି ଅଭିଯୋଗ ଶୁଣାଣି । ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରଠାରୁ ପ୍ରତ୍ୟେକ ସୋମବାର ଭୁବନେଶ୍ୱରରେ ଅଭିଯୋଗ ଶୁଣୁଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କିନ୍ତୁ ଆସନ୍ତା କାଲି ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବନି ବୋଲି ସୂଚନା ମିଳିଛି । ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି । ଆସନ୍ତାକାଲି ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ ହେଉଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିକୁ ବନ୍ଦ କରିଦିଆଯାଇଛି । ତେବେ ଜୁଲାଇ ୧ ତାରିଖରୁ ଭୁବନେଶ୍ୱରର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ଆୟୋଜିତ ହେଉଛି ଏହି ଅଭିଯୋଗ ଶୁଣାଣି। ପ୍ରତ୍ୟେକ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେଉଥିବା ବେଳେ ଏଥିରେ ତାଙ୍କ ସହିତ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଅନ୍ୟ କେତେ ଜଣ ମନ୍ତ୍ରୀ ଓ ପ୍ରଶାସନିକ ଅଧିକାରୀ ଉପସ୍ଥିତ ରହୁଛନ୍ତି।

author

Related Articles

Leave a Reply

Your email address will not be published. Required fields are marked *