ରାଜ୍ୟସଭାରୁ ବିଜେଡି ସାଂସଦ ମମତା ମହନ୍ତଙ୍କ ଇସ୍ତଫା

ରାଜ୍ୟସଭାରୁ ବିଜେଡି ସାଂସଦ ମମତା ମହନ୍ତଙ୍କ ଇସ୍ତଫା

ରାଜ୍ୟସଭାରୁ ବିଜେଡି ସାଂସଦ ମମତା ମହନ୍ତଙ୍କ ଇସ୍ତଫା । ମମତାଙ୍କ ଇସ୍ତଫା ନେଇ ରାଜ୍ୟସଭା ଅଧ୍ୟକ୍ଷଙ୍କ ସୂଚନା । ୨୦୨୦ରେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ ମମତା। କୁଡ଼ୁମୀ ସଂପ୍ରଦାୟର ଟାଣୁଆ ନେତ୍ରୀ ମମତା ମହାନ୍ତ ପରିତିଚ ଥିଲେ ସେପଟେ ମମତା ମହାନ୍ତ ‘‘X’ ’ ଲେଖିଛନ୍ତି, ମୁଁ ଆଜି ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଛି। ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ମଧ୍ୟ ଇସ୍ତଫା ପତ୍ର ପଠାଇ ଦେଇଛି। ମୋତେ ଜିଲ୍ଲା ପରିଷଦର ସଦସ୍ୟ ଓ ରାଜ୍ୟସଭାର ସଦସ୍ୟ ଭାବେ ସେ ମନୋନୀତ କରି ମୋର ଜିଲ୍ଲା ମୟୂରଭଞ୍ଜ ଏବଂ ରାଜ୍ୟର ସେବା କରିବା ପାଇଁ ସୁଯୋଗ ଦେଇଥିଲେ ବୋଲି ମମତା ଲେଖିଛନ୍ତି। ଆଉ ଏକ ପୋଷ୍ଟରେ ସେ ଲେଖିଛନ୍ତି, ଆଜି ମୋର ସେବାର ଆବଶ୍ୟକତା ସେ ଦଳ ଅନୁଭବ କରୁନାହିଁ। ମୁଁ ଯେହେତୁ ଲୋକଙ୍କ ନେତା। ତେଣୁ ସେମାନଙ୍କ ସେବା ହିଁ ମୋର ମୁଖ୍ୟ ଧ୍ୟେୟ। ସେଥିପାଇଁ ମୁଁ ସେ ଦଳରେ ରହିବାର ଆବଶ୍ୟକତା ଅନୁଭବ କଲିନାହିଁ। ସେଥିପାଇଁ ମୁଁ ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟତା ଓ ରାଜ୍ୟସଭା ସଭ୍ୟ ପଦରୁ ଇସ୍ତଫା ଦେଲି ବୋଲି ମମତା ଲେଖିଛନ୍ତି।

author

Related Articles

Leave a Reply

Your email address will not be published. Required fields are marked *