ମମତାଙ୍କୁ ଫୋନ କଲେ ମୋହନ…

ମମତାଙ୍କୁ ଫୋନ କଲେ ମୋହନ…

ରାଜ୍ୟରେ ପୁଣି ତେଜିଲା ଆଳୁ ସଙ୍କଟ । ଆଳୁ ସମସ୍ୟାକୁ ଦୂର କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପଦକ୍ଷେପ । ପଶ୍ଚିମବଙ୍ଗ ସରକାର ମମତା ବାନାର୍ଜୀଙ୍କ ସହିତ ଟେଲିଫୋନ ଯୋଗେ କଥା ହୋଇ ଆଳୁ ଯୋଗାଣ ସମସ୍ୟା ଦୂର କରିବା ପାଇଁ ଅନୁରୋଧ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଦିଲ୍ଲୀରେ ଆପଣଙ୍କ ସହ ଆଲୋଚନା ହେବା ପରେ ଓଡ଼ିଶାକୁ ଆଳୁ ଯୋଗାଣ ସ୍ଵାଭାବିକ ହୋଇଥିଲା । ମାତ୍ର କିଛିଦିନ ପରେ ପୁଣି ଆଳୁ ଯୋଗାଣରେ ସମସ୍ୟା ସୃଷ୍ଟି ହୋଇଛି । ତେଣୁ ଏଥି ପ୍ରତି ଧ୍ୟାନ ଦେଇ ସମସ୍ୟା ଦୂର କରିବାକୁ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅନୁରୋଧ କରିଛନ୍ତି । ସେପଟେ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏ ଦିଗରେ ଉପଯୁକ୍ତ ପଦକ୍ଷେପ ନେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ।

author

Related Articles

Leave a Reply

Your email address will not be published. Required fields are marked *