ଆସନ୍ତାକାଲିଠୁ ୨ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଦିଲ୍ଲୀରେ ନିବେଶକ ସମ୍ମିଳନୀରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ଆସନ୍ତା ୩ ତାରିଖରେ ହୋଟେଲ ତାଜରେ ନିବେଶକ ସମ୍ମିଳନୀ ଆୟୋଜିତ ହେବ । ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ‘ଉତ୍କର୍ଷ ୨୦୨୫’ର ପ୍ରାକ୍ ପ୍ରସ୍ତୁତି ପାଇଁ ଦିଲ୍ଲୀ ଯାଉଛନ୍ତି ସିଏମ୍ । ତାଙ୍କ ସହ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ, ମୁଖ୍ୟ ସଚିବ, ଶିଳ୍ପ ବିଭାଗର ବରିଷ୍ଠ ପଦାଧିକାରୀ ଯାଉଥିବା ସୂଚନା ମିଳିଛି ।
You can share this post!
author