ପୁଣି ମହିଳାଙ୍କ ଆକାଉଣ୍ଟକୁ ଆସିଲା ୧ ଟଙ୍କା

ପୁଣି ମହିଳାଙ୍କ ଆକାଉଣ୍ଟକୁ ଆସିଲା ୧ ଟଙ୍କା

ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆସିଲା ୧ଟଙ୍କା। ପରୀକ୍ଷାମୂଳକ ଭାବେ ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ୧ଟଙ୍କା ଲେଖାଏଁ ପଠାଯାଇଥିବା ସୂଚନା ମିଳିଛି। ତେବେ ଆସନ୍ତା ୯ ତାରିଖରେ ମହିଳାଙ୍କୁ ଦ୍ୱିତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ମିଳିବାକୁ ଯାଉଛି । ଯେଉଁମାନେ ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା ‘ ଟଙ୍କା ପାଇବେ, ସେହି ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ଆଜି ପରୀକ୍ଷାମୂଳକ ୧ ଟଙ୍କା ପଠାଯାଇଥିବା ସୂଚନା ମିଳିଛି। ଉପ ମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରଥମ ପର‌୍ୟ୍ୟାୟରେ ୨୫ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିସାରିଛି। ଯୋଜନାରେ ଆଜି ସୁଦ୍ଧା ୩୨ ଲକ୍ଷ ଏମ୍ପିସିଆଇ କ୍ଲିୟରାନ୍ସ ସମ୍ପୂର୍ଣ୍ଣ ହୋଇଛି। ଆଜି ସନ୍ଧ୍ୟା ସୁଦ୍ଧା ଯାହା କ୍ଲିୟରାନ୍ସ ଆସିବ ୯ ତାରିଖରେ ସେମାନଙ୍କ ଖାତା ଟଙ୍କା ଆସିବ। ପ୍ରାୟ ୪୦ ଲକ୍ଷରୁ ଅଧିକ ମହିଳାଙ୍କୁ ଦ୍ୱିତୀୟ ପର‌୍ୟ୍ୟାୟରେ ‘ସୁଭଦ୍ରା’ ଟଙ୍କା ମିଳିବ। ଉପ ମୁଖ୍ୟମନ୍ତ୍ରୀ କହିଛନ୍ତି।

author

Related Articles

Leave a Reply

Your email address will not be published. Required fields are marked *