ଋଷ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିା ଆସନ୍ତା ୨୨ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ଋଷ ଗସ୍ତ ନେଇ ସୂଚନା ମିଳିଛି । ୧୬ତମ ବ୍ରିକ୍ସ ସମ୍ମିଳନୀରେ ଯୋଗ ଦେବା ପାଇଁ ମୋଦି ଋଷ ଗସ୍ତରେ ଯାଉଛନ୍ତି । ତେବେ ସେ ଦୁଇ ଦିନ ସେଠାରେ ରହିବେ । ତେବେ ରୁଷ୍ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ନିମନ୍ତ୍ରଣକ୍ରମେ ପ୍ରଧାନମନ୍ତ୍ରୀ ଏହି ଗସ୍ତ କରୁଛନ୍ତି । ଏଥର ବ୍ରିକ୍ସ ଶିଖର ସମ୍ମିଳନୀରେ ରୁଷ୍ ଅଧ୍ୟକ୍ଷତା କରୁଛି । ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । ମନ୍ତ୍ରାଳୟ ପକ୍ଷରୁ ଜାରି ବିବୃତିରେ କୁହାଯାଇଛି ଯେ ମୋଦୀଙ୍କ ରୁଷ୍ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ବ୍ରିକ୍ସ ସଦସ୍ୟ ରାଷ୍ଟ୍ରଗୁଡ଼ିକର ପ୍ରତିପକ୍ଷ ଏବଂ ଆମନ୍ତ୍ରିତ ନେତାମାନଙ୍କ ସହ କାଜାନରେ ଦ୍ୱିପାକ୍ଷିକ ବୈଠକ କରିବେ । ଚଳିତ ବର୍ଷ ବ୍ରିକ୍ସ ଶିଖର ସମ୍ମିଳନୀର ବିଷୟବସ୍ତୁ ରହିଛି ‘ବିଶ୍ୱ ବିକାଶ ଓ ନିରାପତ୍ତା ପାଇଁ ବହୁପକ୍ଷବାଦକୁ ସୁଦୃଢ଼ କରିବା’। ଏହି ସମ୍ମିଳନୀ ନେତାମାନଙ୍କୁ ପ୍ରମୁଖ ବୈଶ୍ୱିକ ପ୍ରସଙ୍ଗ ଉପରେ ଆଲୋଚନା କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପ୍ଲାଟଫର୍ମ ପ୍ରଦାନ କରିବ ।
You can share this post!
author