ଆଜି ସକାଳୁ ପୁଣି ବାତ୍ୟା ଦାନାର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏନେଇ ସେ ଏକ ବୈଠକ କରିଛନ୍ତି । ଏଥିରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଓ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ପୁଲିସ ଡିଜି ୱାଇ ବି ଖୁରାନିଆ ଓ ସ୍ୱତନ୍ତ୍ର ରିଲିଫ୍ କମିସନର୍ ପ୍ରମୁଖ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳଙ୍କ ସହ କଥା ହୋଇଥିଲେ। ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ କହିଛନ୍ତି,ଜିରୋ କାଜୁଆଲ୍ଟିରେ ସଫଳ ହୋଇଛୁ । ସଫଳ ମୁକାବିଲା ପାଇଁ ସବୁ ବିଭାଗକୁ ସେ ପ୍ରଶଂସା କରିଛନ୍ତି । କ୍ଷୟକ୍ଷତି ଆକଳନ ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଦିନ ୧ଟା ସୁଦ୍ଧା ରାସ୍ତା ସଫା କାମ ସରିବ। ସନ୍ଧ୍ୟା ୬ଟା ସୁଦ୍ଧା ବିଦ୍ୟୁତସେବା ସ୍ୱାଭାବିକ ହେବ ।
You can share this post!
author