ତୀର୍ଥ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଏଣିକି ଚାରି ଧାମକୁ ଗଡିବ ସ୍ୱତନ୍ତ୍ର ବସ । ରାଜ୍ୟ ବାହାରେ ଥିବା ବିଭିନ୍ନ ତୀର୍ଥକ୍ଷେତ୍ରକୁ ବି ଚାଲିବ ବସ୍। ପୁରୀରୁ ଅଯୋଧ୍ୟା , ତିରୁପରି, ମଥୁରା ଓ ବୃନ୍ଦାବନ ଭଳି ତୀର୍ଥସ୍ଥାନକୁ ବସ୍ ସେବା ଆରମ୍ଭ ହେବ । ତୀର୍ଥ ଯାତ୍ରୀମାନେ ନୂଆ ବର୍ଷ ପୂବରୁ ସୁଲଭ ମୂଲ୍ୟରେ ରାଜ୍ୟ ବାହାରର ବିଭିନ୍ନ ତୀର୍ଥ ସ୍ଥାନକୁ ଯାତ୍ରା କରିପାରିବେ । ତେବେ ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ପରିବହନ ମନ୍ତ୍ରୀ ବିଭୂତି ଜେନା । ମନ୍ତ୍ରୀ କହିଛନ୍ତି, ଏଥିପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇସାରିଛନ୍ତି । ଆବଶ୍ୟକ ଅନୁଯାୟୀ ସ୍ୱତନ୍ତ୍ର ଭଲବୋ ବସ ମଧ୍ୟ ଆସି ସାରିଛି। ଏଥାପାଇଁ ପରମିସନ ଓ ରୁଟ ବି ପ୍ରସ୍ତୁତ ହୋଇସାରିଛି। ନୂଆ ବର୍ଷ ପୂର୍ବରୁ ଏହି ବସ୍ ପ୍ରଚଳନ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି । ତୀର୍ଥଯାତ୍ରୀ ଓ ମହିଳା ମାନଙ୍କ ପାଇଁ ଟିକେଟ୍ ଦାମରେ କୋହଳ କରାଯିବା ନେଇ ମନ୍ତ୍ରୀ ସୂଚନା ଦେଇଛନ୍ତି। କେବଳ ଏତିକି ନୁହେଁ କିଭଳି ବାହାର ରାଜ୍ୟକୁ ଭୁବନେଶ୍ୱରରୁ ଅଧିକ ଗାଡି ସଂଯୋଗ କରାଯାଇପାରିବ ସେଥିପାଇଁ ସରକାର ପଦକ୍ଷେପ ନେଉଥିବା ସେ କହିଛନ୍ତି ।
You can share this post!
author