ଛାତ୍ରଛାତ୍ରୀଙ୍କୁ ମିଳିବ ପୁଷ୍ଟିକର ଖାଦ୍ୟ

ଛାତ୍ରଛାତ୍ରୀଙ୍କୁ ମିଳିବ ପୁଷ୍ଟିକର ଖାଦ୍ୟ

ଛାତ୍ରଛାତ୍ରୀଙ୍କୁ ନିମ୍ନ ମାନର ମଧ୍ୟାହ୍ନ ଭୋଜନ ମିଳୁଥିବା ଅନେକ ଖବର ସାମ୍ନାକୁ ଆସୁଛି । କେଉଁଠି ଖାଲି ଭାତ ମିଳୁଛି ତ ଆଉ କେଉଁଠି ଛାତ୍ରଛାତ୍ରୀ ଘରୁ ଭାତ ଆଣି ଖାଉଥିବା ଦେଖିବାକୁ ମିଳିଛି । କିନ୍ତୁ ଏବେ ଛାତ୍ରଛାତ୍ରୀଙ୍କୁ ପୁଷ୍ଟିକର ଖାଦ୍ୟ ମିଳିବା ନେଇ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି । । ରାଜ୍ୟର ସବୁ ଜିଲ୍ଲାରେ ନିରାପଦ ମଧ୍ୟାହ୍ନ ଭୋଜନ ପରିଚାଳନାକୁ ନେଇ ବୈଠକ ଅନୁଷ୍ଠିତ ହୋଇଛି । ବିଭାଗୀୟ କମିଶନର ତଥା ଶାସନ ସଚିବ ଶାଲିନୀ ପଣ୍ଡିତଙ୍କ ଅଧ୍ୟକ୍ଷତାରେ ରାଜ୍ୟ ସଂଯୋଜକ ଅଧିକାରୀ ଶ୍ରୀ ରଘୁରାମ ଆର୍ ଆୟାରଙ୍କ ସମେତ ସମସ୍ତ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ନେଇ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଜରୁରୀ କାଳୀନ ବୈଠକ ଅନୁଷ୍ଠିତ ହୋଇଛି । ବିଭାଗୀୟ କମଶନର ଜିଲ୍ଲାପାଳଙ୍କୁ ପିଏମ୍‌-ପୋଷଣ ଅନ୍ତର୍ଗତ ଆର୍ଥିକ ଅନୁଦାନ ଯୋଗାଇ ଦିଆଯାଉଛି । ପୋଷଣୀୟ ଚାଉଳ ଓ ଉନ୍ନତମାନର ଖାଦ୍ୟ ସାମଗ୍ରୀ ବ୍ୟବହାର କରିବା ସହ ନିରନ୍ତର ଭାବରେ ଛାତ୍ରଛାତ୍ରୀମାନଙ୍କୁ ପୁଷ୍ଟିକର ମଧ୍ୟାହ୍ନ ଭୋଜନ ଯୋଗାଇଦେବା ପାଇଁ ଜିଲ୍ଲା ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କମିଶନର ।

author

Related Articles

Leave a Reply

Your email address will not be published. Required fields are marked *