ବୀରମହାରାଜପୁରରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବୀରମହାରାଜପୁରରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବୀରମହାରାଜପୁର ବ୍ଲକ ସଭାଗୃହ ଠାରେ  ଅନୁଷ୍ଠିତ ହୋଇଯାଇଛି  । ସୁବର୍ଣ୍ଣପୁର ଜିଲ୍ଲାପାଳ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ  ଆପତ୍ତି ଓ ସମସ୍ୟା ନିହିତ ୪୪ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ  । ସେଥିମଧ୍ୟରୁ  ବ୍ୟକ୍ତିଗତ ଦରଖାସ୍ତ  ୩୮, ସାମୁହିକ ଦରଖାସ୍ତ ୦୬ଟି ଗ୍ରହଣ କରାଯାଇଛି  ।

ତେବେ ଗ୍ରହଣ କରାଯାଇଥିବା ଦରଖାସ୍ତ ମଧ୍ୟରୁ ଶିବିରରେ ଗୋଟିଏ ଅଭିଯୋଗ ଦରଖାସ୍ତର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୪୩ ଟି ଆପତ୍ତି ଅଭିଯୋଗ ଦରଖାସ୍ତକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ପ୍ରେରଣ କରାଯାଇଛି  ।  କେବଳ ଏତିକି ନୁହେଁ  ଗୋଷ୍ଠୀ ଉନ୍ନୟନ ଅଧିକାରୀ, ମୋତିଲାଲ ସୁଲିଆ ଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ୟ୍ୟକ୍ରମରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ୟ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ, ଉପ ଜିଲ୍ଲାପାଳ, ପ୍ରମୁଖ ଯୋଗଦାନ କରିଥିଲେ  ।

author

Related Articles

Leave a Reply

Your email address will not be published. Required fields are marked *