ପୁଣି ଉପର ମୁହାଁ ଦୈନିକ ସଂକ୍ରମଣ…

ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା ବଢ଼ିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ୨ ଶହ ଉପରେ ରହିଛି। ଏହା ବଢ଼ି ୨୬୮ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୨୪୦ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ଶୂନ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧ ଥିଲା। ଏହି ସମୟରେ ସକ୍ରିୟ ମାମଲା ୨ ହଜାର ଉପରେ ରହିଛି। ଏହା ୨ ହଜାର ୪୩୯ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨ ହଜାର ୩୩୫ ଥିଲା। ସେହିପରି ୨୪ ଘଣ୍ଟାରେ ୧୬୪ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧୬୧ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୭୨ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୮୬ ହଜାର ୮୭୯ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୫୩ ହଜାର ୬୬୮ ଜଣ ସୁସ୍ଥ ହୋଇ ସାରିଛନ୍ତି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୧ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୦.୧୧ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୦.୮ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।

author

Related Articles

Leave a Reply

Your email address will not be published. Required fields are marked *