ଉତ୍କଳ ଦିବସ ଅବସରରେ ରାଜ୍ୟବାସୀଙ୍କୁ ଉପହାର ଭେଟି ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଉତ୍କଳ ଦିବସ ଅବସରରେ ରାଜ୍ୟବାସୀଙ୍କୁ ଉପହାର ଭେଟି ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ଵର:

ଉତ୍କଳ ଦିବସରେ ରାଜ୍ୟବାସୀଙ୍କୁ ଉପହାର ଭେଟି ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ | ଉତ୍କଳ ଦିବସରେ ରାଜ୍ୟବାସୀଙ୍କୁ ମେଟ୍ରୋ ଭେଟି ଦେଲେ ମୁଖ୍ୟମନ୍ତ୍ରୀ | ଭୁବନେଶ୍ବରରେ ମେଟ୍ରୋ ରେଳ ପ୍ରୋଜେକ୍ଟ କୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ | ଇନ୍ଷ୍ଟାଗ୍ରାମରେ ପୋଷ୍ଟ କରି ସୂଚନା ଦେଇଛନ୍ତି ୫ଟି ସଚିବ ଭି କେ ପାଣ୍ଡିଆନ | ମେଟ୍ରୋ ଟ୍ରେନ ଚଳାଚଳ ପାଇଁ ସର୍ଭେ କଲେ ମୁଖ୍ୟ ସଚିବ ଓ ୫ଟି ସଚିବ | ୫ଟି ସଚିବ ଭିକେ ପାଣ୍ଡିଆନଙ୍କ ସମେତ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ମନୋଜ ମିଶ୍ର, ଉଷା ପାଢ଼ୀ, ଅନୁ ଗର୍ଗ, ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବ ଜି ମାଥିଭାଥନାନ, ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ପ୍ରମୁଖ ଉପସ୍ଥିତ ଥିଲେ। ଭୋର ୪ଟା ୩୦ମିନିଟ ସମୟରେ ଭୁବନେଶ୍ୱର ବିମାନବନ୍ଦର ଛକରୁ ଶିଶୁଭବନ ଛକ, ରାଜମହଲ ଛକ, ମାଷ୍ଟର କ୍ୟାଣ୍ଟିନ, ବାଣୀବିହାର ଛକ, ଜୟଦେବବିହାର ଦେଇ କଳିଙ୍ଗ ହସ୍ପିଟାଲ ଛକ, ପଟିଆ, ନନ୍ଦନକାନନ ଛକ ଦେଇ ତ୍ରିଶୂଳିଆ ଛକରେ ପହଞ୍ଚିଥିଲେ ବରିଷ୍ଠ ଅଧିକାରୀମାନେ । ଭୁବନେଶ୍ଵର ବିମାନ ବନ୍ଦରରୁ ଆରମ୍ଭ ହୋଇ ତ୍ରିସୁଳିଆ ପର୍ଯ୍ୟନ୍ତ ଏହି ସର୍ଭେ ହୋଇଛି | ଟ୍ରାଫିକ ବ୍ୟବସ୍ତା ଠାରୁ ଆରମ୍ଭ କରି ପର୍କିନଗୀ ବ୍ୟବସ୍ତା ଉପରେ ଅଧିକ ଗୁରୁତ୍ୱ ଦିଆଯାଇଛି |

author

Related Articles

Leave a Reply

Your email address will not be published. Required fields are marked *