ଆଜି ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଆଜି ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ନୂଆଦିଲ୍ଲୀ:

ମୋଦିଙ୍କୁ ଭେଟିବେ ନବୀନ ୩ ଦିନିଆ ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ | ଅପରାହ୍ନ ସାଢେ ୪ଟାରେ ସାକ୍ଷାତ ଆଲୋଚନା ଅଛି | ଫୋକସ ରେ ରହିବ ରାଜ୍ୟର ବିକାଶ ସମ୍ବଳିତ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ କେନ୍ଦ୍ରରେ ସହଯୋଗ ଆବଶ୍ୟକତା ଥିବା ଆବାସ ଯୋଜନା ରେଳ ପ୍ରକଳ୍ପ ଜାତୀୟ ରାଜପଥ ଆଦି ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ ଆଲୋଚନା କରିପାରନ୍ତି | ଏହା ବ୍ୟତୀତ ମୁଖ୍ୟମନ୍ତ୍ରୀ ଜାପାନ ଗସ୍ତ ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଇ ପାରନ୍ତି |

ବିଶେଷ କରି ନିପ୍ପନ ଷ୍ଟିଲ, ଏବଂ କେନ୍ଦ୍ରାପଡା ଜିଲ୍ଲାରେ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ସମ୍ପର୍କରେ ଆଲୋଚନା କରିପାରନ୍ତି ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ | ତେବେ ଏହି ପ୍ରକଳ୍ପରେ ନିବେଶ ହେବ ୧ଲକ୍ଷ କୋଟି ଟଙ୍କା | ସର୍ବବୃହତ ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ଜମି ଅଧିଗ୍ରହଣ ପ୍ରକ୍ରିୟା ଆରମ୍ଭ ହୋଇଛି ତେବେ ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ ଏବଂ ପ୍ରଧାମନ୍ତ୍ରୀଙ୍କୁ ଭେଟିବା
ନେଇ ଜୋର ଧରିଛି ଚର୍ଚ୍ଚା | ୯ ତାରିଖରେ ଓଡିଶା ଆସି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ପୂର୍ବରୁ ମମତା ବାନାର୍ଜୀ ବି ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି | ଆସନ୍ତା ୧୩ ରେ ଦିଲ୍ଲୀ ଗସ୍ତ ସାରି ଭୁବନେଶ୍ୱର ଫେରିବେ ମୁଖ୍ୟମନ୍ତ୍ରୀ |

author

Related Articles

Leave a Reply

Your email address will not be published. Required fields are marked *