ଲୁଚକାଳି ଖେଳ ଖେଳୁଛି କାଳବୈଶାଖୀ

ଲୁଚକାଳି ଖେଳ ଖେଳୁଛି କାଳବୈଶାଖୀ

ଭୁବନେଶ୍ୱର:

ଆସନ୍ତା ୪ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ଖରା ବର୍ଷର ଲୁଚକାଳି ଖେଳ | ରାଜ କରିବ କାଳବୈଶାଖୀ ମଧ୍ୟାହ୍ନରେ ତାତି ରହିଲେ ମଧ୍ୟ ଅପରାହ୍ନରେ ରାଜ୍ୟରେ ଅଧିକାଂଶ ଜିଲ୍ଲାରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିବ | ଏଥିପାଇଁ ଉତ୍ତର ଉପକୂଳ ଏବଂ ଦକ୍ଷିଣ ଓଡିଶାର ଅଧିକାଂଶ ଜିଲ୍ଲାକୁ ୟେଲୋ ଆର୍ଲଟ ଜାରିକରାଯାଇଛି | ଆଜି ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାକୁ ବାଦ ଦେଲେ ବାକି ୨୧ଟି ଜିଲ୍ଲାରେ ଘଡଘଡି ବିଜୁଳି ସହ ବର୍ଷା ହେବା ନେଇ ପୂର୍ବାନୁମାନ କରିଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ର | ଏହି ସମୟରେ ଘଣ୍ଟାପ୍ରତି ୪୦ରୁ୫୦ କିଲୋମିଟର ବେଗରେ ପବନ ବହିବ ବିହାର ଠାରେ ଉତ୍ତର ଓଡିଶା ଦେଇ ଝାରଖଣ୍ଡ ପର୍ଯ୍ୟନ୍ତ ଲମ୍ବିଥିବା ଟ୍ରପଲାଇନ ପ୍ରଭାବରେ ରାଜ୍ୟରେ ଏଭଳି ସ୍ଥିତି ସୃଷ୍ଟି ହୋଇଛି | କାଳବୈଶାଖୀକୁ ଦୃଷ୍ଟିରେ ରଖି ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଏସଆରସି | ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବା ସହ ଲୋକଙ୍କୁ ସଚେତନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ବିଶେଷ କରି କାଳବୈଶାଖୀ ସମୟରେ ଘରୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି ।

author

Related Articles

Leave a Reply

Your email address will not be published. Required fields are marked *