ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷିବ

ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷିବ


ମଙ୍ଗଳବାର ସୃଷ୍ଟି ହୋଇଥିବା ଲଘୁଚାପ ଦୁର୍ବଳ ହେବା ପରେ ମଧ୍ୟ ଲଘୁଚାପ କ୍ଷେତ୍ର ସହ ଜଡିତ ଥିବା ଘୂର୍ଣ୍ଣିବଳୟ ଆଜି ମଧ୍ୟ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶା ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳର ବାୟୁମଣ୍ଡଳରେ ୭.୬ କିମି ଯାଏଁ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ୧୮ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଜାରି ସତର୍କ ସୂଚନାରେ କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ଦେବଗଡ଼, ଅନୁଗୁଳ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ସତର୍କ ସୂଚନାରେ କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

author

Related Articles

Leave a Reply

Your email address will not be published. Required fields are marked *