ସୁନା-ରୂପା କିଣିବାକୁ ଥିବା ଲୋକମାନଙ୍କ ପାଇଁ ଖୁସି ଖବର, ଆଜି ଆହୁରି କମିଲା ଦର

ସୁନା-ରୂପା କିଣିବାକୁ ଥିବା ଲୋକମାନଙ୍କ ପାଇଁ ଖୁସି ଖବର, ଆଜି ଆହୁରି କମିଲା ଦର

ସୁନା କିଣିବାକୁ ମନ ବଳାଇଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନାଦର। ଦିନକୁ ଦିନକୁ ସୁନାର ଦାମ୍ ବୃଦ୍ଧି ପାଉଥିବାରୁ ଚିନ୍ତାରେ ଗ୍ରାହକ । ଆଜି ସୁନା ଦର କମିଛି । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୨,୬୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୭,୩୮୦ ଟଙ୍କା ହୋଇଛି ।

ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୨,୬୦୦ ଟଙ୍କା ଟଙ୍କା ଓ ୫୭,୩୮୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରବଢିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୨,୬୦୦ ଟଙ୍କା ଓ ୫୭,୩୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୨,୭୫୦ ଟଙ୍କା ଓ ୫୭,୫୩୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୨,୯୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୭,୭୧୦ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୨,୬୦୦ ଟଙ୍କା ଓ ୫୭,୦୩୮୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୧,୦୦୦ ଟଙ୍କା ରହିଥିବା ନେଇ ହୋଇଛି।

author

Related Articles

Leave a Reply

Your email address will not be published. Required fields are marked *