3ଏସ୍ ଉପରେ ଦିଆଯିବ ଗୁରୁତ୍ୱ

3ଏସ୍ ଉପରେ ଦିଆଯିବ ଗୁରୁତ୍ୱ

ମୁଖ୍ୟମନ୍ତ୍ରୀଙ୍କ ସଚିବ ଭି.କେ. ପାଣ୍ଡିଆନ୍ ସୋମବାର ‘ଲକ୍ଷ୍ମୀ’ ଯୋଜନାର ବସ୍‌ କର୍ମଚାରୀଙ୍କ ସହିତ ଆଲୋଚନା କରି ସେମାନଙ୍କୁ ନିଃସ୍ୱାର୍ଥପର ସେବା ଯୋଗାଇ ଦେବାକୁ ପରାମର୍ଶ ଦେଇଛନ୍ତି। ଏହି ଆଲୋଚନାରେ ବସ୍‌ ଡ୍ରାଇଭର, କଣ୍ଡକ୍ଟର ଓ ମ୍ୟାନେଜରଙ୍କ ସମେତ ମିଶାଇ ୬୫୦ କର୍ମଚାରୀ ଯୋଗ ଦେଇଥିଲେ। ଏଥିରେ ୩ ‘ଏସ୍‌’ ଉପରେ ଗୁରୁତ୍ୱାରୋପ କରିଥିଲେ 5ଟି ସଚିବ । ଏହି ତିନୋଟି ‘ଏସ୍‌’ ହେଲା- ସୁରକ୍ଷା, ସୁବିଧା ଓ ସମ୍ମାନ। ସମସ୍ତଙ୍କ ସୁରକ୍ଷା, ଯାତ୍ରୀଙ୍କ ସୁବିଧା ଓ ପ୍ରତ୍ୟେକ ଯେପରି ସମ୍ମାନର ସହିତ ଯାତାୟାତ କରିବେ, ସେଥିପ୍ରତି ଧ୍ୟାନ ଦେବା ହେଉଛି କର୍ମଚାରୀଙ୍କ କର୍ତ୍ତବ୍ୟ ବୋଲି ଶ୍ରୀ ପାଣ୍ଡିଆନ୍ କହିଥିଲେ।

author

Related Articles

Leave a Reply

Your email address will not be published. Required fields are marked *