ଏଥର ବାଲିଯାତ୍ରା ୮ଦିନ

ଏଥର ବାଲିଯାତ୍ରା ୮ଦିନ

ଚଳିତ ବର୍ଷ ଐତିହାସିକ ବାଲିଯାତ୍ରା ୮ଦିନ ହେବାକୁ ଯାଉଛି । ସିଏମସି ପକ୍ଷରୁ ୮ଦିନ ବାଲିଯାତ୍ରା ହେବ ବୋଲି ସୂଚନା ରହଛି । ନଭେମ୍ବର ୨୭ରୁ ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ଐତିହାସିକ କଟକ ବାଲିଯାତ୍ରା । ଚଳିତ ବର୍ଷ ୮ ଦିନ ହେବାକୁ ଥିବା ବାଲିଯାତ୍ରାକୁ ଅଧିକ ଆକର୍ଷଣୀୟ କରିବା ଉପରେ ଗୁରୁତ୍ୱାରୋପ କରାଯାଇଛି । ଚଳିତବର୍ଷ ଓରମାସ୍ର ଷ୍ଟଲ୍ ସଂଖ୍ୟା ୪ଶହକୁ ବୃଦ୍ଧି କରିବାକୁ ନିଷ୍ପତି ନିଆଯାଇଥିବା ବେଳେ ପର୍ଯ୍ୟଟନ ବିଭାଗ ପକ୍ଷରୁ ବାଲିଯାତ୍ରକୁ ପର୍ଯ୍ୟଟନ ପଞ୍ଜୀକାରେ ସ୍ଥାନୀତ କରିବା ଉପରେ ଗୁରୁତ୍ୱାରୋପ କରାଯାଇଛି ।

ବାଲିଯାତ୍ରାର କଳେବର ବୃଦ୍ଧି ସହ ବିଶାଳ ଆୟୋଜନକୁ ଦୃଷ୍ଟିରେ ରଖି ସରକାର ଅନୁଦାନ ବୃଦ୍ଧି କରିବା ଲାଗି ମଧ୍ୟ ପ୍ରସ୍ତାବ ଦିଆଯାଇଛି । ବାଲିଯାତ୍ରାକୁ ସୁରକ୍ଷିତ ତଥା ଶୃଙ୍ଖଳିତ କରିବା ପାଇଁ ଟ୍ରାଫିକ ପରିଚାଳନା ସୁବ୍ୟବସ୍ଥିତ କରିବା, ଅତିରିକ୍ତ ଫୋର୍ସ ନିୟୋଜନ ଉପରେ ଗୁରୁତ୍ୱ ଦିଆଯାଇଛି ।

author

Related Articles

Leave a Reply

Your email address will not be published. Required fields are marked *