2024 ରଥଯାତ୍ରାରେ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର

2024 ରଥଯାତ୍ରାରେ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର

ଖୋଲିବ ଶ୍ରୀମନ୍ଦିରର ରତ୍ନଭଣ୍ଡାର । ଆସନ୍ତା ୨୦୨୪ ରଥଯାତ୍ରା ସମୟରେ ଖୋଲିବ। ବାହାର ଓ ଭିତର ରତ୍ନଭଣ୍ଡାର ଖୋଲାଯାଇ ସେଠାରେ ଥିବା ବହୁମୂଲ୍ୟ ଅଳଙ୍କାରର ଗଣତି କରାଯିବ । ବୁଧବାର ବିଜେପି ନେତା ସମୀର ମହାନ୍ତିଙ୍କ ନେତୃତ୍ୱରେ ପ୍ରତିନିଧି ଦଳ ଗଜପତି ମହାରାଜଙ୍କୁ ଭେଟିବା ପରେ ଗଜପତି ମହାରାଜ ଦିବ୍ୟ ସିଂହ ଦେବ କହିଛନ୍ତି ବର୍ତ୍ତମାନ ସମୟରେ ବା ଆଗାମୀ ଦିନରେ ରତ୍ନଭଣ୍ଡାର ଖୋଲିବା ଉଚିତ୍ ହେବ ନାହିଁ । ରଥଯାତ୍ରା ସମୟ ରତ୍ନଭଣ୍ଡାର ଖୋଲାଯିବାର ଉଚିତ୍ ସମୟ । ଏହି ସମୟରେ ଉଭୟ ବାହାର ଓ ଭିତର ରତ୍ନଭଣ୍ଡାର ଖୋଲାଯାଇ ଗଚ୍ଛିତ ଅଳଙ୍କାରର ଗଣତି କରାଯିବା ନେଇ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦିଆଯାଇଛି । ଏନେଇ ଗତ ଅଗଷ୍ଟ ୪ ତାରିଖରେ ଗଜପତି ମହାରାଜଙ୍କ ଅଧ୍ୟକ୍ଷତାରେ ବସିଥିବା ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ସର୍ବସମ୍ମତିରେ ନିଷ୍ପତ୍ତି ହୋଇ ରାଜ୍ୟ ସରକାରଙ୍କୁ ଏହି ପ୍ରସ୍ତାବ ଦିଆଯାଇଛି ।

author

Related Articles

Leave a Reply

Your email address will not be published. Required fields are marked *