ଆଜି ଶ୍ରୀମନ୍ଦିରରେ ସୁବର୍ଣ୍ଣ ଅଳଙ୍କାରରେ ଆଭୂଷିତ ହୋଇ ରାଜରାଜେଶ୍ୱର ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ । ବିଜୟା ଦଶମୀ ଉପଲକ୍ଷେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଅବକାଶ ନୀତି ପରେ ଶ୍ରୀଜିଉଙ୍କର ସୁନାବେଶ ଅନୁଷ୍ଠିତ ହେବ । ମହାପ୍ରଭୁଙ୍କ ୫ଟି ସୁନାବେଶରୁ ଶ୍ରୀମନ୍ଦିରରେ ୪ଟି ଓ ରଥ ଉପରେ ଗୋଟିଏ ସୁନାବେଶ ହୋଇଥାଏ । ମହଣ ମହଣ ସ୍ୱର୍ଣ୍ଣ ଅଳଙ୍କାରରେ ବିଭୂଷିତ ହେବେ ମହାପ୍ରଭୁ । ମହାପ୍ରଭୁଙ୍କ ଏହି ସୁନାବେଶ ଦର୍ଶନ କଲେ କୋଟି ଜନ୍ମର ପୂଣ୍ୟ ମିଳିଥାଏ । ସକାଳ ଧୂପ ନୀତି ପରେ ଚକ୍ର ମାଜଣା ହେବା ସହ ଆୟୁଧ ପୂଜା ହୋଇଥିଲା । ଏହା ପରେ ଭିତର ବେଢା ପରିକ୍ରମା ପରେ ମହାପ୍ରଭୁ ଆୟୁଧ ହସ୍ତରେ ଧାରଣ କରିଥାନ୍ତି ।
You can share this post!
author
Related Articles
ଏଥର ଆକାଶରୁ ରାମଙ୍କ ଦର୍ଶନ କରିବେ ଭକ୍ତ ,ଆସିଲା ଏମିତି…
- September 19, 2024
ଛାତ୍ରଛାତ୍ରୀଙ୍କୁ ଏସବିଆଇ ଦେବ୧୫ଲକ୍ଷ…..
- September 9, 2024
ହେଲମେଟ୍ ଫାଇନ ଗଣିଲେ ଜଣେ କାର ଚାଳକ…..
- August 28, 2024