ଟ୍ରେନ ଦୁର୍ଘଟଣାରେ ମିଳିଲା ମୃତକଙ୍କ ପରିଚୟ

ଟ୍ରେନ ଦୁର୍ଘଟଣାରେ ମିଳିଲା ମୃତକଙ୍କ ପରିଚୟ

ଦୁର୍ଘଟଣାରେ ପ୍ରାଣ ହରାଇଥିବା ମୃତକଙ୍କ ମଧ୍ୟରୁ ୧୧ ଜଣଙ୍କ ପରିଚୟ ମିଳିଛି । ସେମାନଙ୍କ ମଧ୍ୟରେ ୯ ଜଣ ପୁରୁଷ ଓ ୨ଜଣ ମହିଳା ଥିବା ଜଣାପଡ଼ିଛି । ସମସ୍ତଙ୍କ ଘର ଆନ୍ଧ୍ରପ୍ରଦେଶ । ଏବେ ବି ୨ ଜଣଙ୍କର ପରିଚୟ ମିଳିନାହିଁ । ତେବେ ମୃତକ ମଧ୍ୟରେ ଓଡ଼ିଶାର କେହି ନଥିବା ସୂଚନା ଦେଇଛନ୍ତି ବିଜୟନଗରମ ଯୁଗ୍ମ ଜିଲ୍ଲାପାଳ କେ ମୟୂର ଅଶୋକ ।ସେପଟେ ବିଜୟନଗରମ୍ ଜିଲ୍ଲା କାଂଟକାପାଲ୍ଲୀ ଷ୍ଟେସନ ନିକଟରେ ରେଳ ଦୁର୍ଘଟଣାରେ ଆହତ ଯାତ୍ରୀଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତି କରାଯାଇଛି । ରେଳ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ୧୦ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛି ରେଳ ବିଭାଗ । ଗୁରୁତର ଆହତ ଯାତ୍ରୀଙ୍କୁ ୨ଲକ୍ଷ ଟଙ୍କା ଓ ସାମାନ୍ୟ ଆହତଙ୍କୁ ୫୦ହଜାର ଟଙ୍କାର ସହାୟତା ଦିଆଯିବ । ଟୁଇଟ କରି ଏହି ସୂଚନା ଦେଇଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ।

author

Related Articles

Leave a Reply

Your email address will not be published. Required fields are marked *