ଓଡିଶା ଆସି ଶ୍ରୀଜିଉଙ୍କୁ ଦର୍ଶନ କଲେ ନୂଆ ରାଜ୍ୟପାଳ  

ଓଡିଶା ଆସି ଶ୍ରୀଜିଉଙ୍କୁ ଦର୍ଶନ କଲେ ନୂଆ ରାଜ୍ୟପାଳ  

ସପରିବାର ଓଡିଶା ଆସି ମହାପ୍ରଭୁଙ୍କ ଦର୍ଶନ କଲେ ନୂଆ ରାଜ୍ୟପାଳ ରଘୁବର ଦାସ । ଶପଥଗ୍ରହଣ ପୂର୍ବରୁ ସେ ମହାପ୍ରଭୁଙ୍କ ଆଶୀର୍ବାଦ ଲୋଡିଛନ୍ତି  ।ଆସନ୍ତାକାଲି ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ନେବେ ରଘୁବର ଦାସ । ଏହାପୂର୍ବରୁ ଆଜି ଟାଟାନଗରରୁ ପୁରୁଷୋତ୍ତମପୁର ଏକ୍ସପ୍ରେସରେ ଆସି ଭୋରରେ ପୁରୀ ପହଞ୍ଚିଥିଲେ ରଘୁବର ଦାସ । ରେଳ ଷ୍ଟେସନରୁ ସିଧା ରାଜଭବନ ଯାଇ ବିଶ୍ରାମ ନେବା ପରେ ପୂର୍ବାହ୍ନ ୧୧ଟାରେ ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କ ଦର୍ଶନ କରି ପୂଜାର୍ଚ୍ଚନା କରିବା କରିଛନ୍ତି । ମହାପ୍ରଭୁଙ୍କ ଦର୍ଶନ ପରେ ପୁରୀରୁ ସେ ଭୁବନେଶ୍ୱର ଆସି ରାଜଭବନରେ ରାତ୍ରୀଯାପନ କରିବେ । ଆସନ୍ତାକାଲି ସକାଳ ୮ଟା ୪୫ ମିନିଟରେ ଶ୍ରୀଲିଙ୍ଗରାଜଙ୍କ ଦର୍ଶନ କରି ଆଶୀର୍ବାଦ ନେବେ । ମଙ୍ଗଳବାର ପୂର୍ବାହ୍ନ ୧୧ଟା ୪୫ମିନିଟରେ ରାଜଭବନରେ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବେ ।

author

Related Articles

Leave a Reply

Your email address will not be published. Required fields are marked *