ଶ୍ରୀମନ୍ଦିର ଓଡିଆ ଲୋକଙ୍କ ସହିତ ଜଡିତ ଏବଂ ଶ୍ରୀମନ୍ଦିରର ରତ୍ନ ଭଣ୍ଡାରକୁ ନେଇ ବାରମ୍ବାର ବହୁ ବିବାଦ ଦେଖା ଦେଇଛି । ପୁଣିଥରେ ଏହାକୁ ଖୋଲାଯାଉ ବୋଲି ପୁଣିଥରେ ଦାବି କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏକ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ପୁରୀ ଗସ୍ତରେ ଥିବା ବେଳେ ଭୋରରୁ ଶ୍ରୀମନ୍ଦିରରେ ପହଞ୍ଚିଥିଲେ କେନ୍ଦ୍ରମନ୍ତ୍ରୀ । ଶ୍ରୀମନ୍ଦିରରେ ପ୍ରାୟ ୪୫ ମିନିଟ୍ ଧରି ରହିବା ସହ ମଙ୍ଗଳ ଆଳତୀ ଦର୍ଶନ ଓ ମହାପ୍ରଭୁଙ୍କ ଆଶିଷ ଲାଭ କରିଛନ୍ତି । ପବିତ୍ର କାର୍ତିକ ମାସରେ ସେ ମହାପ୍ରଭୁଙ୍କ ଦର୍ଶନ କରି ଧନ୍ୟ ମନେ କରିଥିବା କହିଛନ୍ତି । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସହ ବିଭିନ୍ନ ଐତିହ୍ୟ ଓ ଧର୍ମୀୟ ପୀଠ ଗୁଡ଼ିକର ପୁନରୁଦ୍ଧାର ଓ ମରାମତି ଠିକ୍ ଭାବେ କରାଯିବା ଆବଶ୍ୟକ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ । ରାଜ୍ୟ ଓ କେନ୍ଦ୍ର ସରକାର ମିଳିତ ଭାବେ ଏ ଦିଗରେ କାମ କରିବେ ବୋଲି ସେ ଆଶା ପ୍ରକାଶ କରିଛନ୍ତି । ନାଟମଣ୍ଡପ ମରାମତି କାର୍ଯ୍ୟର ତଦାରଖ କରିଥିଲେ ।
You can share this post!
author
Related Articles
ଖୋଲିବ ୩ଟି ଓମଫେଡ୍ ପ୍ଲାଣ୍ଟ…
- November 16, 2024
ନବୀନଙ୍କ ବଡ ନିଷ୍ପତ୍ତି; ନଭେମ୍ବର ଶେଷକୁ ହେବ…
- November 16, 2024
କୋବି କିଆରୀରେ ବାଘ
- November 16, 2024