ଆଜି ମହାପ୍ରଭୁଙ୍କର ହରିହର ବେଶ

ଆଜି ମହାପ୍ରଭୁଙ୍କର ହରିହର ବେଶ

ଆଜି ଶ୍ରୀମନ୍ଦିରରେ ବଡ଼ ଠାକୁରଙ୍କ ହରିହର ବେଶ। ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜିତ କରାଯାଇଛି । ବଡ଼ଠାକୁରଙ୍କୁ ହର ବା ଶିବ ବୋଲି ବିବେଚନା କରାଯାଉଥିବାବେଳେ ଏହି ବେଶରେ ହରି (ବିଷ୍ଣୁ) ଓ ହର (ଶିବ)ଙ୍କ ଆତ୍ମୀୟତା ପ୍ରସ୍ଫୁଟିତ ହୋଇଥାଏ। ଏହି ବେଶରେ ବଡ଼ଠାକୁର ଅର୍ଦ୍ଧେକ ଧଳା ଓ ଅର୍ଦ୍ଧେକ କଳା ଦିଶିବା ସହ ୩୨ ପ୍ରକାର ସୁବର୍ଣ୍ଣ ଅଳଙ୍କାର ପରିଧାନ କରିଛନ୍ତି। କାର୍ତ୍ତିକ ମାସର ଦୀପାବଳି ଅମାବାସ୍ୟାଠାରୁ ଶୁକ୍ଳ ଦଶମୀ ମଧ୍ୟରେ ସୋମବାର ପଡ଼ିଲେ ରତ୍ନସିଂହାସନରେ ଅଧିଷ୍ଟିତ ବଡ଼ଠାକୁରଙ୍କ ବାଡ଼ରେ ହରିହର ବେଶ ହେବାର ବିଧି ରହିଛି।
ଚଳିତ ବର୍ଷ ଦୀପାବଳି ଅମାବାସ୍ୟା ପରେ ଆଜି ସୋମବାର ହୋଇଥିବାରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜିତ କରାଯାଇଛି । କିନ୍ତୁ ମହାପ୍ରଭୁ ଶ୍ରୀ ଜଗନ୍ନାଥ ରାଧା ଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ପୁଷ୍ପାଳକ ସେବକମାନେ ବଡ଼ଠାକୁରଙ୍କୁ ହରିହର ବେଶରେ ଏବଂ ଶ୍ରୀଜଗନ୍ନାଥଙ୍କୁ ରାଧାଦାମୋଦର ବେଶରେ ସଜ୍ଜିତ କରିଛନ୍ତି ।

author

Related Articles

Leave a Reply

Your email address will not be published. Required fields are marked *