ବିଶାଖାପାଟନମରେ ଭୟଙ୍କର ଅଗ୍ନିକାଣ୍ଡ

ବିଶାଖାପାଟନମରେ ଭୟଙ୍କର ଅଗ୍ନିକାଣ୍ଡ

ବିଳମ୍ବିତ ରାତିରେ ବିଶାଖପାଟନମ୍ ବେଳାଭୂମି ନିକଟରେ ମାଛଧରା ବନ୍ଦରରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ଗୋଟିଏ ମାଛଧରା ବୋଟରେ ନିଆଁ ଲାଗିଯିବା ପରେ ଚାହୁଁଚାହୁଁ ଆଖପାଖରେ ଥିବା ୪୦ଟି ବୋଟକୁ ନିଆଁ ବ୍ୟାପୀ ଯାଇଥିଲା । ନିଆଁଲାଗି ମତ୍ସ୍ୟଜୀବୀଙ୍କ ୪୦ଟି ବୋଟ୍ ଜଳିଯାଇଛି । ତେବେ ଅଗ୍ନିକାଣ୍ଡର କାରଣ ଜଣାପଡି ନାହିଁ । କୌଣସି ଦୁର୍ବୃତ୍ତ ବୋଟରେ ନିଆଁ ଲଗାଇ ଦେଇଥିବା ସନ୍ଦେହ କରାଯାଉଛି । ଖବର ପାଇ ପୋଲିସ ଓ ଅଗ୍ନିଶମବାହିନୀ ଘଟଣାସ୍ଥଳରେ ପହଂଚି ନିଆଁକୁ ଆୟତ କରିଛନ୍ତି । ଅଗ୍ନିକାଣ୍ଡକୁ ଆୟତ୍ତ କରିବା ପାଇଁ ଅଗ୍ନିଶମ ବାହିନୀଙ୍କୁ 5 ଘଣ୍ଟା ସମୟ ଲାଗିଥିଲା ।   ମତ୍ସ୍ୟଜୀବୀଙ୍କୁ ଗୋଟିଏ ବୋଟର ମୂଲ୍ୟ ପ୍ରାୟ ୪୦ ଲକ୍ଷ ଟଙ୍କା ଅଟେ । 25 ଲକ୍ଷ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଇଛି ।

author

Related Articles

Leave a Reply

Your email address will not be published. Required fields are marked *