ଓଡିଶା ଆଦର୍ଶ ବିଦ୍ୟାଳୟର ବାର୍ଷିକ ଉତ୍ସବ

ଓଡିଶା ଆଦର୍ଶ ବିଦ୍ୟାଳୟର ବାର୍ଷିକ ଉତ୍ସବ

କନ୍ଧମାଳ : କନ୍ଧମାଳ ଜିଲ୍ଲା ଟିକାବାଲି ବ୍ଲକ ଅଧୀନସ୍ଥ ଓଡିଶା ଆଦର୍ଶ ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ଏହି ଉତ୍ସବରେ ମହାମାନ୍ୟ ଅତିଥି ତଥା କନ୍ଧମାଳ ଉନ୍ନୟନ ପରିଷଦର ଅଧ୍ୟକ୍ଷ ରଦନ ମଲ୍ଲିକ ସ୍ୱତନ୍ତ୍ର ସମ୍ମାନିତ ଅତିଥି, ଜିଲ୍ଲା ପରିଷଦ ଉପାଧ୍ୟକ୍ଷା ସାଧବାଣୀ ନାୟକ, ଜିଲ୍ଲା ପରିଷଦ ସଦସ୍ୟ ନମିତା କହଁର, ଟିକାବାଲି ପଞ୍ଚାୟତ ସମିତି ଅଧ୍ୟକ୍ଷ ଦିଲ୍ଲିପ କହଁର, କଟିମାହା ସରପଞ୍ଚ କର୍ନେଲ କହଁର, ଟିକାବାଲି ଗୋଷ୍ଠୀ ଶିକ୍ଷା ଅଧିକାରୀ ଜଗନ୍ନାଥ ସାହାଣୀ, ଅଭିଭାବକ ସଙ୍ଘ ଅଧ୍ୟକ୍ଷ ପ୍ରଶାନ୍ତ କୁମାର ପଣ୍ଡା  ପ୍ରମୁଖ ଉପସ୍ଥିତ ଥିଲେ ।

ଏହାସହ  ପିଲାମାନଙ୍କୁ ଏକ ଉଜ୍ଜ୍ବଳ ଭବିଷ୍ୟତର ସ୍ୱପ୍ନ ଦେଖିବା ସକାଶେ ଉତ୍ସାହିତ କରିଥିଲେ । ଅନୁଷ୍ଠାନର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀଙ୍କ ସହଯୋଗରେ ଏକ ରଙ୍ଗାରଙ୍ଗ କାର୍ୟ୍ୟକ୍ରମ ସୁରତାଲମଧ୍ଧ୍ ଆୟୋଜିତ ହୋଇଥିଲା । ଏହି କାର୍ୟ୍ୟକ୍ରମରେ ସମସ୍ତ ଅଭିଭାବକମାନେ  ସହଯୋଗ କରି କାର୍ୟ୍ୟକ୍ରମକୁ ସଫଳ  କରାଇଥିଲେ ।

author

Related Articles

Leave a Reply

Your email address will not be published. Required fields are marked *