କେନ୍ଦୁଝରକୁ ମୁଖ୍ୟମନ୍ତ୍ରୀଙ୍କ ଭେଟି

କେନ୍ଦୁଝରକୁ ମୁଖ୍ୟମନ୍ତ୍ରୀଙ୍କ ଭେଟି

ଭୁବନେଶ୍ବର: ପୂରଣ ହେଲା ଦୀର୍ଘଦିନର ଦାବି । କେନ୍ଦୁଝର ଗସ୍ତ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି । କେନ୍ଦୁଝର ଧରଣୀଧର ସ୍ବୟଂଶାସିତ ମହାବିଦ୍ୟାଳୟକୁ ମିଳିଲା ବିଶ୍ବବିଦ୍ୟାଳୟ ମାନ୍ୟତା । ଭିଡିଓ ଜାରି କରି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବାରିପଦା ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ବବିଦ୍ୟାଳୟ ଅଧୀନରେ ଥିବା ଡିଡି କଲେଜ୍ ଏବେ ସ୍ବତନ୍ତ୍ର ଭାବେ ବିଶ୍ବବିଦ୍ୟାଳୟ ହୋଇଛି । ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ଜାରି ହୋଇଛି ।

ଡିଡି କଲେଜକୁ ବିଶ୍ବବିଦ୍ୟାଳୟ ମାନ୍ୟତା ମିଳିବା ପରେ ଉପକୃତ ହେବେ ଜିଲ୍ଲାର ଛାତ୍ରଛାତ୍ରୀ । ଏନେଇ ରାଜ୍ୟ ସରକାର, ମୁଖ୍ୟମନ୍ତ୍ରୀ ଓ ୫ଟି ସଚିବଙ୍କୁ ଧନ୍ୟବାଦ ଜଣାଇଛନ୍ତି ଜିଲ୍ଲାବାସୀ । ୨୦୧୬ ମସିହାରେ ଧରଣୀଧର ଭେଷଜ ମହାବିଦ୍ୟାଳୟ ଓ ହସ୍ପିଟାଲର ଶିଳାନ୍ୟାସ କରିଥିଲେ ମୁଖ୍ୟମନ୍ତ୍ରୀ । ସେଦିନର ମୁଖ୍ୟମନ୍ତ୍ରୀଙ୍କ ପ୍ରତିଶ୍ରୁତି ସତ ହେବାକୁ ଯାଉଥିବାରୁ ଉତ୍ସାହିତ ଅଛନ୍ତି ଜିଲ୍ଲାବାସୀ ।

author

Related Articles

Leave a Reply

Your email address will not be published. Required fields are marked *