ଶ୍ରଜିଉଙ୍କ ଗଜ ଉଦ୍ଧାରଣ ବେଶ

ଶ୍ରଜିଉଙ୍କ ଗଜ ଉଦ୍ଧାରଣ ବେଶ

ପୁରୀ: ଆଜି ପବିତ୍ର ମାଘ ପୂର୍ଣ୍ଣିମା । ଏହି ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଗଜ ଉଦ୍ଧାରଣ ବେଶ । ଏହି ବେଶରେ ଶ୍ରୀଜଗନ୍ନାଥ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଧାରଣ କରିବେ । ଗରୁଡ ଉପରେ ବସିବା ଭଙ୍ଗୀରେ ଥାଇ ଲକ୍ଷ୍ମୀ ପ୍ରତିମାଙ୍କୁ କୋଳରେ ଧାରଣ କରିବେ ମହାପ୍ରଭୁ । ଶ୍ରୀବଳଭଦ୍ର ଚତୁଃହସ୍ତରେ ଶଙ୍ଖ, ଚକ୍ର, ହଳ, ମୂଷଳ ଧାରଣ କରି ବାସୁଦେବଙ୍କ ରୂପରେ ବିରାଜମାନ ହେବେ । ସେହିପରି ଦେବୀ ସୁଭଦ୍ରା ଶ୍ରୀକୃଷ୍ଣଙ୍କ ସଦୃଶ ପାଦ ଛନ୍ଦି ଏକ ପଦ୍ମ କଢ଼ ଧରି ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ । ପୌରାଣିକ କଥା ବସ୍ତୁ ଅନୁଯାୟୀ ଗଜରାଜ ସ୍ନାନ କରୁଥିବା ବେଳେ କୁମ୍ଭୀର ତାଙ୍କୁ ଆକ୍ରମଣ କରିଥିଲା । କ୍ଷତବୀକ୍ଷତ ଅବସ୍ଥାରେ ବିକଳ ହୋଇ ଉଦ୍ଧାର ପାଇଁ ଭଗବାନଙ୍କୁ ପ୍ରାର୍ଥନା କରିଥିଲେ ଗଜରାଜ । ଭକ୍ତର ଡାକ ଶୁଣି ଠାକୁର କୁମ୍ଭୀର କବଳରୁ ଗଜରାଜଙ୍କୁ ଉଦ୍ଧାର କରିଥିଲେ । ଏହି ପୌରାଣିକ କଥାବସ୍ତୁକୁ ଆଧାର କରି ଶ୍ରୀମନ୍ଦିରରେ ଅନୁଷ୍ଠିତ ହୋଇ ଆସୁଛି ଗଜ ଉଦ୍ଧାରଣ ବେଶ ।

author

Related Articles

Leave a Reply

Your email address will not be published. Required fields are marked *